banner
Breaking

ରାଜ୍ୟ କ୍ୟାବିନେଟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି।

0

ଭୁବନେଶ୍ୱର,୧୫।୯(ଓଡ଼ିଆ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭିଡିଓ କନ୍ଫରେନ୍ହି ମାଧ୍ୟମରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି। ଏଥିରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ସଂଶୋଧିତ ବ୍ୟବସ୍ଥା ଅନୁସାରେ ପଞ୍ଜୀକୃତ ଟିକସଦାତା ଉପକୃତ ହେବେ। ଓଡ଼ିଶା ଲୋକାଲ୍‌ ଫଣ୍ଡ ଅଡିଟ୍‌ ସଂଶୋଧନ ପ୍ରସ୍ତାବକୁ ବି ମଞ୍ଜୁରୀ ମିଳିଛି। ଏହି ବୈଠକରେ ସୁବର୍ଣ୍ଣରେଖା ନଦୀରେ ଏକ ଉଚ୍ଚ ସ୍ତରୀୟ ସେତୁ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବାଲେଶ୍ବର ଜିଲାର ବାଲିଆପାଳ ଓ ଭୋଗରାଇ ବ୍ଲକକୁ ଏହି ସେତୁ ସଂଯୋଗ କରିବ। ଏଥିଲାଗି ୧୩୮ କୋଟି ୭୪ ଲକ୍ଷ ୪୮ ହଜାର ଟଙ୍କା ବ୍ୟୟବରାଦ କରାଯାଇଛି ଏବଂ ଏହାର ନିର୍ମାଣ କାର୍ଯ୍ୟ ୩୦ ମାସ ମଧ୍ୟରେ ଶେଷ କରାଯିବ। ସ୍ଥାନୀୟ ପାଣ୍ଠି ସମୀକ୍ଷା ଅଧିନିୟମରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

Khansweb Solution Bhubaneswar

Leave A Reply

Your email address will not be published.