banner
Breaking

ଆସନ୍ତାକାଲି ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ।

0

ଭୁବନେଶ୍ୱର,୭/୧୨(ଓଡ଼ିଆ ନ୍ୟୁଜ): ଆସନ୍ତାକାଲି ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତାକାଲି(ମଙ୍ଗଳବାର) ଛୁଟି ଘୋଷଣା କରାଯାଇଛି। ତେବେ ବନ୍ଦ ସମୟରେ ସମସ୍ତ ଅତ୍ୟାବଶ୍ୟକ ସେବା ବଜାୟ ରହିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍‍ ରିଲିଜ୍‍ରେ ଦର୍ଶାଯାଇଛି ଯେ ଆସନ୍ତାକାଲି(ମଙ୍ଗଳବାର) ଭାରତ ବନ୍ଦ ଡାକରା ଦିଆଯାଇଛି। କରୋନା ମହାମାରୀର ପ୍ରକୋପ ସମ୍ପୂର୍ଣ୍ଣ ଭାବେ ପ୍ରଶମିତ ହୋଇନଥିବା ଏବଂ ସାଧାରଣ ପରିବହନ ବ୍ୟବସ୍ଥା ସ୍ୱାଭାବିକ ଅବସ୍ଥାକୁ ଫେରିନଥିବାବେଳେ ଭାରତ ବନ୍ଦ ଡାକରା ଯୋଗୁ ଗମନାଗମନ ଓ ପରିବହନ ବ୍ୟବସ୍ଥା ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଏହା କରୋନା ସଂକ୍ରମଣ ଉପରେ ପ୍ରତିକୂଳ ପ୍ରଭାବ ପକାଇବାର ଆଶଙ୍କା ମଧ୍ୟ ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ବନ୍ଦ ରଖିବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ନିଷ୍ପତ୍ତି ନିଆଯାଇଛି। କିନ୍ତୁ ଏହି ସମୟରେ ସମସ୍ତ ଅତ୍ୟାବଶ୍ୟକ ଜରୁରୀ ସରକାରୀ ସେବା ବଜାୟ ରହିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.