banner
Breaking

ରାଜ୍ୟରେ ତିନିଦିନ ଘନ କୁହୁଡ଼ି

0

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କଟକରେ ଘନ କୁହୁଡ଼ି ହେବ। ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏଥିସହିତ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ଅଳ୍ପ କୁହୁଡ଼ି ଦେଖାଦେବ। ତେବେ ଗୁରୁବାର ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ାର କେତେକ ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାନା ରହିଛି। ସେହିପରି ୩୧ ତାରିଖରୁ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକଳ ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଘନ କୁହୁଡ଼ି ହେବ। ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅନ୍ୟପକ୍ଷରେ ବୁଧବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୧୧.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.