banner
Breaking

ରାଜ୍ୟରେ ଆଜି ୩,୦୮୬ ଜଣ ପଜିଟିଭ ଚିହ୍ନଟ

0

ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ,୦୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧, ୭୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୨୮୯ ଜଣ ଓ ୧୮ ବର୍ଷ ମଧ୍ୟରେ ୪୫୪ ଜଣ ପଜିଟିଭ୍ ରହିଛନ୍ତି।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୮୨, ବାଲେଶ୍ୱର ୭୬, ବରଗଡ ୩୬, ଭଦ୍ରକ ୭୭, ବଲାଙ୍ଗିର ୭୬, ବୌଦ୍ଧ ୧୬, କଟକ ୩୨୫, ଦେବଗଡ ୬୯, ଢେଙ୍କାନାଳ ୭୧, ଗଜପତିରୁ ୬୩ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୪୬, ଜଗତସିଂହପୁର ୭୪, ଯାଜପୁର ୧୪୯, ଝାରସୁଗୁଡା ୬୯, କଳାହାଣ୍ଡି ୭୭, କନ୍ଧମାଳ ୨୪, କେନ୍ଦ୍ରାପଡା ୪୯, କେନ୍ଦୁଝରରେ ୩୯, କୋରାପୁଟ ୪୪, ମାଲକାନଗିରି ୩୦, ମୟୁରଭଞ୍ଜ ୧୦୯, ନବରଙ୍ଗପୁର ୮୪, ନୟାଗଡ ୧୧୦, ନୂଆପଡା ୧୦୬, ପୁରୀ ୪୨, ରାୟଗଡା ୪୦, ସମ୍ବଲପୁର ୭୫, ସୋନପୁର ୩୫, ସୁନ୍ଦରଗଡ ୨୧୬ ଷ୍ଟେଟପୁଲରୁ ୧୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୮,୧୮୧ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୧ହଜାର ୫୪୬ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୫୨ହଜାର ୩୨୬କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୨ ହଜାର ୯୮ ଜଣ ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Khansweb Solution Bhubaneswar

Leave A Reply

Your email address will not be published.