banner
Breaking

ଗ୍ରୀଷ୍ମକାଳୀନ ଅତିରିକ୍ତ ୧୦୦ ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର

0

ଭୁବନେଶ୍ୱର,୧୦ା୫(ବ୍ୟୁରୋ): ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଓ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ସ୍ବରୂପ ଅତିରିକ୍ତ ୧୦୦ ଟଙ୍କା ଲେଖାଏ ପ୍ରଦାନ କରିବାକୁ ରାଜ୍ୟ ସରକାର ସୋମବାର ନିଷ୍ପତ୍ତି ନେଇଛନ୍ତି। ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଗତ ଭତ୍ତା ହିତାଧିକାରୀମାନେ ଏହି ସହାୟତା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ପାଇବାକୁ ଥିବାବେଳେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ବାବଦରେ ଅତିରିକ୍ତ ୧୦୦ ଟଙ୍କା ଚଳିତ ମାସ ୧୫ ତାରିଖ ଦିନ ସେମାନଙ୍କ ନିୟମିତ ଭତ୍ତା ସହିତ ପ୍ରଦାନ କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ କମିଶନର ତଥା ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମା ପ୍ରକାଶ କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.