banner
Breaking

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

0

ଭୁବନେଶ୍ୱର : ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ସମ୍ମାନୀତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ। ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଏଥର ପରେଡର ନେତୃତ୍ୱ ନେଇଥିଲେ କେସିଙ୍ଗାର ଏସ୍‌ଡିପିଓ ୟସ ପ୍ରତାପ ଶ୍ରୀମାଲ। ଚଳିତ ବର୍ଷ ପ୍ରଥମ ଥର ପାଇଁ ଆନ୍ଧ୍ର ପୁଲିସର ଏକ ଟ୍ରୁପ ପରେଡରେ ସାମିଲ ହୋଇଛି। ଓଡିଶା ସରକାରଙ୍କର ପ୍ରମୁଖ ବିଭାଗର ୮ଟି ପ୍ରଜ୍ଞାପନ ମେଢ ଓ ସ୍କେଟିଂ ଏକାଡେମୀ ପକ୍ଷରୁ ସ୍କେଟିଂ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.