କଟକ-ଭୁବନେଶ୍ୱରରେ ଆରମ୍ଭ ହେବ ନିରବଚ୍ଛିନ୍ନ ବିଦ୍ୟୁତ ସେବା।
ଭୁବନେଶ୍ବର,୨/୭(ବ୍ୟୁରୋ): କଟକ ଓ ଭୁବନେଶ୍ୱରବାସୀଙ୍କୁ ପ୍ରାକୃତିକ ବିପର୍ଯ୍ୟୟ ପ୍ରତିରୋଧୀ ଭୂତଳ କେବୁଲ୍ ଯୋଗେ ବିଦ୍ୟୁତ ସେବା ଯୋଗାଇଦେବା ନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେଲେ ୧୩୦୦ ମେଗାୱାଟ୍ ପର୍ଯ୍ୟନ୍ତ ବିଦ୍ୟୁତ ଶକ୍ତି ଚାହିଦା ପୂରଣ ହୋଇପାରିବ ଏବଂ ୨୪ ଘଣ୍ଟିଆ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ସମ୍ଭବ ହେବ। ଏହି ପ୍ରକଳ୍ପ ପାଇଁ ୧୬୦୦ କୋଟି ଟଙ୍କାର ଖର୍ଚ୍ଚ ଅଟକଳ କରାଯାଇଛି ଓ ଆଗାମୀ ଡିସେମ୍ବର ମାସ ସୁଦ୍ଧା ପ୍ରକଳ୍ପ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ସୂଚନ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
