banner
Breaking

ଭୁବନେଶ୍ୱରରେ ହେବ ଜଳ ଏକାଡେମୀ।

0

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍‌ ଏକ୍ସେଲେନ୍ସି ଭାବେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର ଗୁଣବତ୍ତା ବୃଦ୍ଧିର ଲକ୍ଷ୍ୟ ସହିତ ଏକ ଅଗ୍ରଗଣ୍ୟ ତାଲିମ ଏବଂ ଦକ୍ଷତା ବିକାଶ ଅନୁଷ୍ଠାନ ଭାବେ କାର୍ଯ୍ୟ କରିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁପ୍ରେରଣାରେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା ରାଜ୍ୟ ସରକାରଙ୍କ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନା ସଂସ୍କାର କ୍ଷେତ୍ରରେ ଆଉ ଏକ ଉଲ୍ଲେଖନୀୟ ସଫଳତା। ଏହି ଅବସରରେ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ପ୍ରତ୍ୟେକ ସହରୀ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଏବଂ ବର୍ଜ୍ୟଜଳ ପରିଚାଳନା ସେବା ଯୋଗାଇ ଦେବା ସରକାରଙ୍କ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହି ଆସିଛି। ଓଡ଼ିଶା ଜଳ ନିଗମ, ଜନସ୍ବାସ୍ଥ୍ୟ କାରିଗରୀ ସଂସ୍ଥା, ଓଡିଶା ଜଳ ଯୋଗାଣ ଓ ପରିମଳ ପରିଷଦ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସଙ୍ଗଠନ ଅଧୀନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଏକ ଅଗ୍ରଣୀ ଅନୁଷ୍ଠାନ ଓ ଉତ୍କର୍ଷ କେନ୍ଦ୍ର ଭାବରେ କାଯର୍‌ୟ କରିବ। ପୂର୍ବାପେକ୍ଷା ରାଜ୍ୟରେ ପାନୀୟ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନାକୁ ଅଧିକ ଦକ୍ଷତାର ସହିତ ସମ୍ପାଦନ କରିବା ପାଇଁ ଏହି ଏକାଡେମୀରେ ଉଭୟ ପରିଚାଳକ ଏବଂ କର୍ମଚାରୀ ସବୁ ପର୍ଯ୍ୟାୟରେ ଅତ୍ୟାଧୁନିକ ଓ ଅଭିନବ ପ୍ରଯୁକ୍ତି ସହାୟତାରେ ତାଲିମ ଏବଂ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସୋସାଇଟି ରେଜିଷ୍ଟ୍ରେଶନ୍‌ ଆକ୍ଟ, ୧୮୬୦ ଅନୁଯାୟୀ ଏହି ଏକାଡେମୀ ପଞ୍ଜୀକୃତ ହେବ ଏବଂ ଓଡ଼ିଶା ଜଳ ନିଗମର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରିବ।

Khansweb Solution Bhubaneswar

Leave A Reply

Your email address will not be published.