banner
Breaking

ଆହୁରି ଦୁଇଦିନ ତାତି

0

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ତାତିରେ କଲବଲ ହୋଉଛନ୍ତି ଲୋକେ। ତେବେ ୨ଦିନ ମଧ୍ୟରେ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଶନିବାର ପର୍ଯ୍ୟନ୍ତ ୧୧ ଜିଲାକୁ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ନେଇ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂଭଭଞ୍ଜ, ଅନୁଗୋଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗିର। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏ ତାତି ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Khansweb Solution Bhubaneswar

Leave A Reply

Your email address will not be published.