banner
Breaking

୭ ରେ ପ୍ରବଳ ବର୍ଷା ପବନ

0

ଭୁବନେଶ୍ୱର,୫।୮(ବ୍ୟୁରୋ): ଆସନ୍ତା ୭ ତାରିଖରେ ଉତ୍ତର-ପଶ୍ଚିମ ତତ୍‌-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ହେବାର ସମ୍ଭାବନା ରହିଛି। ମୌସୁମୀ ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୬ ରୁ ୧୦ ଯାଏ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛି। ପାଣିପାଗ ବିଭାଗ ଅନୁଯାୟୀ, ମୌସୁମୀର ସକ୍ରିୟତା ବୃଦ୍ଧି ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୭ ରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଝଡ-ବର୍ଷା ହେବ। ଏହାସହ ଘଣ୍ଟା ପ୍ରତି ୪୫ ରୁ ୫୫ କି.ମି.ବେଗରେ ପବନ ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାପାଇଁ ବାରଣ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.