banner
Breaking

ପୁଣି ୧୮ରୁ ବର୍ଷା

0

ଭୁବନେଶ୍ୱର,୧୬।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ଫଳରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ଅନୁଯାୟୀ, ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୮ ଏବଂ ୧୯ରେ ପ୍ରବଳ ବର୍ଷା ହେବା ସହ ୨୦ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

Khansweb Solution Bhubaneswar

Leave A Reply

Your email address will not be published.