banner
Breaking

ଆସୁଛି ବାତ୍ୟା

0

ଭୁବନେଶ୍ୱର : ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ୮.୩୦ ମିନିଟ୍‌ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବା ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.