banner
Breaking

ଆଜି ବିଭିନ୍ନ ସ୍ଥାନରେ ବର୍ଷା ହେବ

0

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରରେ ଆଜି ପାଗ ମେଘୁଆ ରହିବା ସହିତ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତାକାଲି ଉତ୍ତର ଓଡ଼ିଶା ସମେତ ଉପକୂଳ ଜିଲାଗୁଡ଼ିରେ ବର୍ଷା ହେବ। ଏଥିପାଇଁ ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ,ଅନୁଗୋଳ, ସୁନ୍ଦରଗଡ଼ ଜିଲାକୁ ସତର୍କତା ଜାରି କରାଯାଇଛି। ସେହିପରି ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବ। ୬ତାରିଖରୁ ପାଗରେ ପରିବର୍ତ୍ତନ ହେବା ସହିତ ତାପମାତ୍ରା କମିବ ବୋଲି ପାଣିପାଗ ବିଭାଗ କହିଛି।

Khansweb Solution Bhubaneswar

Leave A Reply

Your email address will not be published.