banner
Breaking

ଶୁକ୍ରବାର ୧୫ ଜିଲ୍ଲାକୁ କାଳବୈଶାଖୀ

0

ଭୁବନେଶ୍ୱର : ପଶ୍ଚିମ ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଗତ କିଛିଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି। ଆସନ୍ତା ମେ’ ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଏପରି ପାଗ ଲାଗି ରହିବ। ଏଥିସହ କାଳବୈଶାଖୀ ଜନିତ ବର୍ଷା ଓ କୁଆପଥର ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ରାଜ୍ୟର ସୁନ୍ଦରଗଡ଼ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ ଜିଲାରେ କାଳବୈଶାଖୀ ବର୍ଷା ହେବା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏସବୁ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.