banner
Breaking

ଆସନ୍ତା ଚାରି ଦିନ ମେଘୁଆ ପାଗ

0

ଭୁବନେଶ୍ୱର,୩।୪(ବ୍ୟୁରୋ):  ରାଜ୍ୟରେ ତାତିର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଆସନ୍ତା ୪ ଦିନ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୪ ତାରିଖରେ ଉତ୍ତର ଓଡ଼ିଶା, ଉପକୂଳ, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ରାଜ୍ୟର କେତେକ ସ୍ଥାନରେ ତାତିର ପ୍ରକୋପ ଦେଖିବାକୁ ମିଳିଛି। ଶନିବାର ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୪୨.୧ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ଟିଟିଲାଗଡ଼ ୪୧.୭, ସୋନପୁର ୪୦.୨, ସୁନ୍ଦରଗଡ଼ ୪୦.୫, ବୌଦ୍ଧ ୪୦, ମାଲକାନଗିରି ୩୯, ଅନୁଗୋଳ ୩୯.୧, ସମ୍ବଲପୁର ୩୯.୫, ବାରିପଦା ୩୯ ଏବଂ ହୀରାକୁଦରେ ୩୯.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.