banner
Breaking

ସୃଷ୍ଟିହେଲା ଘୁର୍ଣ୍ଣିବଳୟ ବର୍ଷା ସମ୍ଭାବନା। ଏହି ଜିଲ୍ଲାକୁ ଅଧିକ

0

ଭୁବନେଶ୍ୱର,୨୧/୧୦:ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଏନେଇ  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରେ ରେ ଦକ୍ଷିଣ, ୨୪ ଓ ୨୫ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ଗତକାଲିଠୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷାର ପରିମାଣ ବଢ଼ିବା ସହ ୨୩ ତାରିଖରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଜପତି, ରାୟଗଡ଼ା, ଗଞ୍ଜାମ, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡ଼ା ଓ ବଲାଙ୍ଗିର। ସେହିପରି ୨୪ ଓ ୨୫ ତାରିଖରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.