banner
Breaking

ଆଉ ଦୁଇଦିନ ପ୍ରବଳ ଶୀତ

0

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା । ରାଜ୍ୟରେ ରାତି ତାପମାତ୍ରାରେ ଆଗାମୀ ୨ ଦିନ ଯାଏ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ମାତ୍ର ପରବର୍ତ୍ତୀ ୩ ଦିନ ରାତି ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।
ସୂଚନା ଅନୁସାରେ, ରାଜ୍ୟର ବିଭିନ୍ନ ସ୍ଥାନରେ ଆଉ ୨ ଦିନ ଯାଏ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଘନ କୁହୁଡ଼ି ନେଇ ୧୦ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର। ରାଜ୍ୟରେ ଦୁଇ ଦିନ ପାଗ ଶୁଖିଲା ରହିବ। ୨୧ ଓ ୨୨ ତାରିଖ ବେଳକୁ କିଛି ସ୍ଥାନରେ ପାଗ ଶୁଖିଲା ରହିବ ଓ ଆଉ କିଛି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ୨୧ରେ କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ୨୨ ତାରିଖ ବେଳକୁ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.