banner
Breaking

ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ।

0

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ପୋର୍ଟବ୍ଲେୟାରଠାରୁ ୬୩୦ କିଲୋମିଟର, ଦକ୍ଷିଣ-ଦକ୍ଷିଣ ପୂର୍ବରେ ପାରାଦୀପ ଠାରୁ ୫୨୦ ଏବଂ ବାଲେଶ୍ୱର ଠାରୁ ୬୨୦ କିଲୋମିଟର ଦୂରରେ ରହିଛି। ଏହା ଆଗାମୀ ୧୨ ଘଣ୍ଟାରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଯାଇ ଅତି ଭୟଙ୍କର ବାତ୍ୟାରେ ପରିଣତ ହେବ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ଅତି ଭୀଷଣ ବାତ୍ୟାର ରୂପ ନେବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ସମେତ ବାଲେଶ୍ୱର ଜିଲାରେ ବର୍ଷା ସହ ହାଲୁକା ପବନ ଆରମ୍ଭ ହୋଇଛି। ୨୬ ତାରିଖ ଭୋର୍‌ରୁ ଏହା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟମରେ ସ୍ଥଳଭାଗ ଛୁଇଁ ମଧ୍ୟାହ୍ନରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।

Khansweb Solution Bhubaneswar

Leave A Reply

Your email address will not be published.